ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି, କାଲି ପାରାଦୀପରେ ବୋଇତ ବନ୍ଦାଣ ଉତ୍ସବରେ ହେବେ ସାମିଲ | News Room Odisha

ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି, କାଲି ପାରାଦୀପରେ ବୋଇତ ବନ୍ଦାଣ ଉତ୍ସବରେ ହେବେ ସାମିଲ

ଭୁବନେଶ୍ୱର – ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସନ୍ଧ୍ୟାରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲେ । ବିମାନ ବନ୍ଦରରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ପ୍ରମୁଖ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ। ବିମାନ ବନ୍ଦର ବାହାରେ ମଧ୍ୟ ତାଙ୍କ ସ୍ୱାଗତ ପାଇଁ ଆଦିବାସୀ ସମାଜ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଥିଲା। ବିମାନବନ୍ଦରରୁ ରାଷ୍ଟ୍ରପତି ସିଧାସଳଖ ରାଜଭବନ ଯାଇଥିଲେ। ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି। ସକାଳ ୧୦ଟାରେ ବୋଇତ ବନ୍ଦାଣ ଉତ୍ସବ ଆରମ୍ଭ ହେବ। ଏହାପରେ ତଟରକ୍ଷୀ ବାହିନୀ ଜାହାଜ ‘ଅମୋଘ’ରେ ରାଷ୍ଟ୍ରପତି ପୋତାଶ୍ରୟ ବୁଲିବେ ।