ସମ୍ଭାବ୍ୟ ବାତ୍ୟା ନେଇ ସତର୍କ ରହିବାକୁ ଏସଆରସିଙ୍କ ନିର୍ଦ୍ଦେଶ, ୭ ଜିଲ୍ଲାପାଳଙ୍କୁ ଚିଠି 

ଭୁବନେଶ୍ୱର – ବଙ୍ଗୋପ ସାଗରରେ ସମ୍ଭାବ୍ୟ ବାତ୍ୟା ନେଇ ୭ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ।

ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖାଯାଇ ପ୍ରସ୍ତୁତ ରହିବାକୁ କରାଯାଇଛି । ଡିସେମ୍ବର ୧ ତାରିଖରୁ ସମୁଦ୍ର ଅଶାନ୍ତ ରହିବ ।

୧ ତାରିଖରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ଯିବାକୁ ବାରଣ କରିବାକୁ କୁହାଯାଇଛି । ଯେଉଁମାନେ ବି ସମୁଦ୍ର ଭିତରେ ଅଛନ୍ତି , ସେମାନେ ଡିସେମ୍ବର ୧ ପୂର୍ବରୁ ଫେରିବାକୁ ପରାମର୍ଶ ଦିଆଯାଇଛି । ସମ୍ପୃକ୍ତ ବିଭାଗର ସଚିବଙ୍କୁ ମଧ୍ୟ ଏହା ଉପରେ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଫସଲ ସୁରକ୍ଷିତ କରି ରଖିବାକୁ ଚାଷୀଙ୍କୁ ସତର୍କ କରାଇବା ପାଇଁ କୃଷି ବିଭାଗକୁ ମଧ୍ୟ ଏ‌ସଆରସି ନିର୍ଦ୍ଦେଶ ଦେଇଛନ୍ତି।

Comments are closed.