ଭିଜିଲାନ୍ସ ହାତରେ ଧରାପଡିଲେ ଲାଞ୍ଚୁଆ ରାଜସ୍ୱ ନିରୀକ୍ଷକ

ଭୁବନେଶ୍ୱର – ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ କର୍ମଚାରୀ। ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରାପଲ୍ଲୀ ତହସିଲ ତସଲାଡିହିର ଭାରପ୍ରାପ୍ତ ରାଜସ୍ୱ ନିରୀକ୍ଷକ ଲିଲି ଚୌଧୁରୀ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ଜମି କନଭର୍ସନ ମାମଲାରେ ଜଣେ ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଆରଆଇ ଲିଲି ଚୌଧୁରୀ। ସଂପୃକ୍ତ ବ୍ୟକ୍ତି ଜଣକ ଏ ନେଇ ଭିଜିଲାନ୍ସରେ ଫେରାଦ ହେବାରୁ ଆରଆଇଙ୍କୁ ଧରିବାକୁ ଜାଲ ବିଛାଇଥିଲା ଭିଜିଲାନ୍ସ। ଆରଆଇ ଲିଲି ଚୌଧୁରୀଙ୍କଠାରୁ ପୁରା ଲାଞ୍ଚ ଟଙ୍କା ଜବତ କରାଯାଇଥିବା ବେଳେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଗୋଟିଏ ଦୁଇଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ।

Comments are closed.