ଧର୍ମଘଟ ପ୍ରତ୍ୟାହାର କଲା ଘରୋଇ ବସ୍ ମାଲିକ ସଂଘ 

ଭୁବନେଶ୍ୱର – ଡିସେମ୍ବର ପହିଲାରୁ ବସ ଧର୍ମଘଟକୁ ପ୍ରତ୍ୟାହାର କରିଛି ଘରୋଇ ବସ୍ ମାଲିକ ସଂଘ। ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଓଡ଼ିଶା ଘରୋଇ ବସ ମାଲିକ ସଂଘ ଧର୍ମଘଟ ପ୍ରତ୍ୟାହାର ପାଇଁ ନିଷ୍ପତ୍ତି ନେଇଛି । ବସ୍ ମାଲିକ ସଂଘ ଓ ରାଜ୍ୟ ସରକାରଙ୍କ ସହ ଆଲୋଚନା ସଫଳ ହୋଇଥିଲା । ବସ ମାଲିକ ସଂଘ ନିଜ ଦାବି ଲିଖିତ ଭାବେ ଦେବେ । ତାପରେ ଆଗକୁ ଆଲୋଚନା ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ବସ ମାଲିକ ସଂଘ ଆସନ୍ତା ୧ ତାରିଖରେ ଆନ୍ଦୋଳନକୁ ଓହ୍ଲାଇବ ନାହିଁ ବୋଲି କହିଛି । ବୈଠକରେ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ସହ ପରିବହନ ସଚିବ, ଯୁଗ୍ମ ସଚିବ, ମୋ ବସର ପ୍ରତିନିଧି ଉପସ୍ଥିତ ଥିଲେ । ବସ୍ ମାଲିକଙ୍କ ଯାହା ଦାବି ଯାହା ଅଛି, ତାହା ଲିଖିତ ଆକାରରେ ଦିଅନ୍ତୁ ବୋଲି ମନ୍ତ୍ରୀ ଟୁକୁନି ସାହୁ କହିଥିଲେ ।

ଲକ୍ଷ୍ମୀ ଯୋଜନା ଲୋକଙ୍କ ଆର୍ଥିକ ବିକାଶ ଦିଗରେ ସହାୟକ ହେଉଛି । ଆଲୋଚନାରେ ସମସ୍ୟାର ସମାଧାନ ହେବ । କିଛି ରୁଟକୁ ନେଇ ବସ ମାଲିକଙ୍କ ସମସ୍ୟା ରହିଛି ବୋଲି ମନ୍ତ୍ରୀ କହିଛନ୍ତି । ବସ୍ ମାଲିକମାନେ ଲିଖିତ ଭାବେ ନିର୍ଦ୍ଦିଷ୍ଟ ରୁଟକୁ ନେଇ ସରକାରଙ୍କୁ ଜଣାଇବାକୁ ଅନୁରୋଧ କରାଯାଇଛି । ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରାଯିବା ପରେ ନିଷ୍ପତ୍ତି ନିଆଯିବ ।

Comments are closed.