ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତିକରଣ: ଆଜି ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ | News Room Odisha

ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତିକରଣ: ଆଜି ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ପ୍ରତିଟି ଜୀବନ ମୂଲ୍ୟବାନ। ଏହି ନୀତିକୁ ପାଥେୟ କରି ଓଡ଼ିଶାରେ ରାଜ୍ୟ ସରକାର ଲୋକଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ପ୍ରତିଶ୍ରୁତିବଦ୍ଧ। ସ୍ୱାସ୍ଥ୍ୟ କ୍ଷେତ୍ର ପାଇଁ ସର୍ବାଧିକ ଗୁରୁତ୍ବ ଦିଆଯାଉଛି । ଏଥିପାଇଁ ନିଆଯାଇଛି ଏକାଧିକ ପଦକ୍ଷେପ। ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସଶକ୍ତ କରିବା ଉପରେ ଧ୍ୟାନ ଦିଆଯାଇଛି। ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତିକରଣ ନିମନ୍ତେ ଆଜି ୧ ହଜାର କୋଟି ଟଙ୍କା ବ୍ୟୟରେ ୩୭୨ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୪୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୧୦୩ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ମଧ୍ୟ ଆଜି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।