ଘଟଗାଁ ରାସ୍ତା ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା 

ଭୁବନେଶ୍ବର -ଆଜି ଘଟଗାଁ ନିକଟରେ ଏକ ସଡକ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଦୁର୍ଘଟଣାରେ ଆହତ ୧୨ ଜଣଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୃତାହତ ସମସ୍ତ ବ୍ୟକ୍ତି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଂଚଳର ବୋଲି ଜଣାପଡିଛି ।

Comments are closed.