ଆନନ୍ଦପୁର ଦୁର୍ଘଟଣା : କେନ୍ଦୁଝର ଓ ଗଞ୍ଜାମ ଜିଲ୍ଲାପାଳଙ୍କ ସହ କଥା ହେଲେ ୫-ଟି ଅଧ୍ୟକ୍ଷ

ଭୁବନେଶ୍ୱର – କେନ୍ଦୁଝର ଜିଲ୍ଲା ଆନନ୍ଦପୁର ନିକଟରେ ଘଟିଥିବା ସଡ଼କ ଦୁର୍ଘଟଣା ନେଇ ଚାରିଆଡ଼େ ଶୋକ । ଦୁର୍ଘଟଣାରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳର ୮ ଜଣଙ୍କ ପ୍ରାଣହାନି ହୋଇଛି । ତାରିଣୀ ଦର୍ଶନ ପାଇଁ ଦିଗପହଣ୍ଡି ପୋଡାମାରିର ଦୁଇ ପରିବାର ବାହାରିଥିବା ବେଳେ ସେମାନଙ୍କର ଭ୍ୟାନ ଏକ ଟ୍ରକର ପଛକୁ ପିଟିଥିଲା । ଦୁର୍ଘଟଣା ନେଇ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକ୍ରେ ଓ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ସହ କଥା ହୋଇଛନ୍ତି। ମୃତକଙ୍କ ମୃତଦେହ ଓ ଆହତମାନଙ୍କ ଚିକିତ୍ସା ନେଇ ସମନ୍ଵୟ ରଖି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ୫-ଟି ଅଧ୍ୟକ୍ଷ । ସୂଚନାଯୋଗ୍ୟ ଯେ, ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ନିକଟତମ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିବା ସହ ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Comments are closed.