ଝାରସୁଗୁଡା ଜିଲ୍ଲା ଲଖନ୍‌ପୁରରେ ଆଇଟିଆଇ ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାର ଲଖନ୍‌ପୁରରେ ଏକ ଆଇଟିଆଇ ପ୍ରତିଷ୍ଠା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ଏବଂ ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ ବିନିଯୋଗ କରାଯିବ।

ସୂଚନାଯୋଗ୍ୟ ଯେ, ଝାରସୁଗୁଡା ଜିଲ୍ଲା ଏକ ଖଣିବହୁଳ ଅଞ୍ଚଳ। ଏଠାରେ ଖଣି ଉତ୍ତୋଳନ ଓ ଅନ୍ୟାନ୍ୟ ଆନୁସାଙ୍ଗିକ କାମ ପାଇଁ ଦକ୍ଷ ମାନବ ସମ୍ବଳର ଆବଶ୍ୟକ ରହିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏଠାରେ ଆଇଟିଆଇ ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନୂତନ ଆଇଟିଆଇରେ ୯ଟି ବିଷୟରେ ପ୍ରଶିକ୍ଷଣ ଦିଆଯିବ। ମଞ୍ଜୁର ହୋଇଥିବା ଅର୍ଥରେ ଏକାଡେମିକ ଓ ୱାର୍କସପ୍ ବିଲ୍ଡିଂ ନିର୍ମାଣ କରାଯିବା ସହିତ ବିଭିନ୍ନ ଉପକରଣ ଓ ଯନ୍ତ୍ରପାତି କିଣାଯିବ।

Comments are closed.