ଘନୀଭୂତ ହେଉଛି ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା  | News Room Odisha

ଘନୀଭୂତ ହେଉଛି ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା 

ଭୁବନେଶ୍ୱର – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ ଘନୀଭୂତ ହେବାରେ ଲାଗିଛି । ଏହା ଆଜି ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ।ଆସନ୍ତାକାଲି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏହା ବାତ୍ୟାର ରୂପ ନେଇପାରେ । ୪ ତାରିଖ ସଂଧ୍ୟାରେ ଚେନ୍ନାଇ ଓ ଆନ୍ଧ୍ରର ମଚ୍ଛଲିପଟ୍ଟନମ୍ ମଝିରେ ଏହା ଉପକୂଳ ଛୁଇଁବା ପରେ ଓଡ଼ିଶା ମୁହାଁ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଏହା ଗତି କରିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଏଭଳି ସ୍ଥିତି ସୃଷ୍ଟି ହେଲେ, ଆସନ୍ତାକାଲି ଓ ୪ ତାରିଖରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ।ବର୍ଷା ପାଇଁ ୫ ଜିଲ୍ଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୫ ଓ ୬ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ତେଣୁ ଏହି ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।