ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା, କାଲି ଗଜପତି ଜିଲ୍ଲାରେ ବନ୍ଦ ରହିବ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର  | News Room Odisha

ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା, କାଲି ଗଜପତି ଜିଲ୍ଲାରେ ବନ୍ଦ ରହିବ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର 

ଭୁବନେଶ୍ବର – ବାତ୍ୟା ମିଗଜୋମ ଆଜି ଆନ୍ଧ୍ରରେ ଲ୍ୟାଣ୍ଡଫଲ କରିବ । ଭୀଷଣ ବାତ୍ୟା ହୋଇ ମିଗଜୋମ ବାପଟାଲା ପାଖାପାଖି ଅଞ୍ଚଳରେ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ଘଣ୍ଟାକୁ ସର୍ବାଧିକ ୧୧୦ କିମି ପର୍ଯ୍ୟନ୍ତ ରହିବ। ବାତ୍ୟା ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି ।

ବାତ୍ୟା ମିଗଜୋମ ପ୍ରଭାବରେ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଜିଲ୍ଲାର ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାର ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଏବଂ ଅଙ୍ଗନବାଡ଼ି ବନ୍ଦ ରହିବ ବୋଉ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଏଣେ ବାତ୍ୟା ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।