ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷ ବୃଦ୍ଧି, ୧୦ ଲକ୍ଷ ହିତାଧିକାରୀ ମାସକୁ ପାଇବେ ୫ କେଜି ଲେଖାଏ ମାଗଣା ଚାଉଳ | News Room Odisha

ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷ ବୃଦ୍ଧି, ୧୦ ଲକ୍ଷ ହିତାଧିକାରୀ ମାସକୁ ପାଇବେ ୫ କେଜି ଲେଖାଏ ମାଗଣା ଚାଉଳ

ଭୁବନେଶ୍ୱର – ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏ ଚାଉଳ ପାଉଛନ୍ତି। ଯୋଜନାର ଅବଧି ଆଉ ୫ ବର୍ଷ ବଢିବା ଦ୍ୱାରା ଏହି ହିତାଧିକାରୀମାନେ ୨୦୨୪ ଜାନୁଆରୀ ୧ ଠାରୁ ୨୦୨୯ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ।

ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ। ରାଜ୍ୟର ଜଣେ ବି ଗରିବ ଲୋକ ଯେପରି ଖାଦ୍ୟସୁରକ୍ଷାରୁ ବଞ୍ଚିତ ନହୁଏ ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।