ଟାଙ୍ଗରମୁଣ୍ଡା ରାସ୍ତା ଦୁର୍ଘଟଣାରେ ୫ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ | News Room Odisha

ଟାଙ୍ଗରମୁଣ୍ଡା ରାସ୍ତା ଦୁର୍ଘଟଣାରେ ୫ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର – ସୁନ୍ଦରଗଡ ଜିଲ୍ଲାର ଟାଙ୍ଗରମୁଣ୍ଡା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୃତାହତ ସମସ୍ତ ବ୍ୟକ୍ତି ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି