ରାଉରକେଲା ଝାଡ଼ାବାନ୍ତି ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ | News Room Odisha

ରାଉରକେଲା ଝାଡ଼ାବାନ୍ତି ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିଥିଲା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥିତିର ସମୀକ୍ଷା କରିବେ । ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଓ ଜିଲ୍ଲା ପ୍ରଶାସନ ସହ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ। ଗତ କିଛି ଦିନ ହେବ ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିଛି । ଏଥିରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଶତାଧିକ ଆକ୍ରାନ୍ତ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ସ୍ଥିତି ଉପରେ ନଜର ରଖିବାକୁ ଭୁବନେଶ୍ୱରରୁ ଏକ ଡାକ୍ତରୀଦଳ ବି ରାଉରକେଲା ପଠାଯାଇଛି ।