ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ | News Room Odisha

ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ – ଆଜି ମାର୍ଗଶିର ମାସ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଆଜି ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଶ୍ରୀଜିଉମାନଙ୍କ ବନକଲାଗି ନୀତି ଆରମ୍ଭ ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।