କେନ୍ଦ୍ରାପଡା ଜିଲ୍ଲା କେରେଡାଗଡର ବିକାଶମୂଳକ କାର୍ଯ୍ୟ ପାଇଁ ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ, ୫-ଟି ଅଧ୍ୟକ୍ଷଙ୍କ ଗସ୍ତର ୨୪ ଘଣ୍ଟା ମଧ୍ୟରେ ପଦକ୍ଷେପ

ଭୁବନେଶ୍ବର – କେନ୍ଦ୍ରାପଡା ଜିଲ୍ଲା କେରେଡାଗଡର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ କେରେଡାଗଡ ପ୍ରାଥମିକ ବିଦ୍ୟାଳୟର ଉନ୍ନତି ଏବଂ ଗ୍ରାମ ପଞ୍ଚାୟତ ପୋଖରୀର ସଂରକ୍ଷଣ ଓ ଉନ୍ନତିକରଣ କରାଯିବ ।

ସୂଚନାଯୋଗ୍ୟ ଯେ, ଗତ ୧୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କେନ୍ଦ୍ରାପଡା ରାଜନଗର ଗସ୍ତରେ ଯାଇ କେରେଡାଗଡବାସୀଙ୍କ ମୌଳିକ ସମସ୍ୟା ବିଷୟରେ ଜାଣିବାକୁ ପାଇଥିଲେ। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ନିବେଦନ କରାଯାଇଥିଲା।

ମୁଖ୍ୟମନ୍ତ୍ରୀ ଏ ବିଷୟରେ ଜାଣିବାପରେ ଆଜି ‘ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ପାଣ୍ଠି’ରୁ ୨ଟି ଯାକ ପ୍ରକଳ୍ପ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ସମୁଦାୟ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ଏହି ଦୁଇ ପ୍ରକଳ୍ପର କାର୍ଯ୍ୟ ଯଥାଶୀଘ୍ର ଶେଷ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ଜନ ଅଭିଯୋଗର ସମାଧାନ କେରେଡାଗଡବାସୀଙ୍କ ପାଇଁ ଏକ ବିରଳ ଅନୁଭୁତି।

ରାଜ୍ୟ ସରକାରଙ୍କର ଏହି ତ୍ୱରିତ ପଦକ୍ଷେପ ପାଇଁ କେରେଡାଗଡବାସୀ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇବା ସହିତ କୃତଜ୍ଞତା ଜ୍ଞାପନ କରିଛନ୍ତି।

Comments are closed.