ରାଜ୍ୟରେ ଶୀତ ଲହରୀ ଜାରି | News Room Odisha

ରାଜ୍ୟରେ ଶୀତ ଲହରୀ ଜାରି

ଭୁବନେଶ୍ୱର – ସାରାରାଜ୍ୟରେ ଜାରି ରହିଛି ଶୀତ ଲହରୀ । ଖସିବାରେ ଲାଗିଛି ରାତି ତାପମାତ୍ରା । ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ତଳକୁ ଖସି ଆସିଛି । ୧୪ଟି ସ୍ଥାନର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି।କିଛି ସ୍ଥାନରେ ପ୍ରବଳ ଶୀତ ସହ ଘନ କୁହୁଡ଼ି ବି ଦୃଶ୍ୟମାନ ହୋଇଛି।କେନ୍ଦୁଝର, କଳାହାଣ୍ଡି, କୋରାପୁଟ, କନ୍ଧମାଳ, ବଲାଙ୍ଗିର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଏବଂ ଢେଙ୍କାନାଳ ଆଦି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି ।

କନ୍ଧମାଳ ଜିଲ୍ଲାର ଜି. ଉଦୟଗିରିରେ ପାରଦ ୫ ଡିଗ୍ରୀକୁ ଖସି ଆସିଥିଲା । ଗତ ୧୦ ତାରିଖରୁ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହୁଛି । ସଦର ମହକୁମା ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ଓ ଦାରିଙ୍ଗବାଡ଼ିରେ ୮.୫ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି ।

ଆଜି ଓ ଆସନ୍ତାକାଲି ରାଜ୍ୟରେ ଅନେକ ସ୍ଥାନରେ ରାତି ତାପମାତ୍ରା ବୃଦ୍ଧି ପାଇବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ତେଣୁ ଶୀତ ପ୍ରକୋପ ହ୍ରାସ ପାଇବା ସମ୍ଭାବନା ରହିଛି। କିନ୍ତୁ ପରେ ପୁଣି ରାତି ତାପମାତ୍ରାରେ ପରିବର୍ତ୍ତନ ଆସିବ ।