କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଭିନ୍ନ ଜଳସେଚନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ | News Room Odisha

କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଭିନ୍ନ ଜଳସେଚନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଭିନ୍ନ ଜଳସେଚନ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦୁଝର ଜିଲ୍ଲାର ୫୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ବୈତରଣୀ ବାମ ପାର୍ଶ୍ୱ କେନାଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ।

ମୟୂରଭଞ୍ଜ ଜିଲ୍ଲାରେ ୩୨୨ କୋଟି ଟଙ୍କା ବ୍ୟୟରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ହଳଦିଆ ବନ୍ଧର ମଧ୍ୟ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ।

ଏଥିସହ ଜିଲ୍ଲାରେ ଦୁଇଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ। ୨ ହଜାର କୋଟି ଟଙ୍କା ବ୍ୟୟରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର (ଦ୍ୱିତୀୟ ପର୍ଯ୍ୟାୟ)ର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ। ଏହାଛଡା ୩୩୭ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ଖଇରିଭଣ୍ଡନ ବ୍ୟାରେଜ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ।