ଘନ କୁହୁଡି ନେଇ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର – ଆଜିଠାରୁ ୩ ଦିନ ଯାଏଁ ଘନ କୁହୁଡି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି, ଆସନ୍ତାକାଲି ଓ ୨୫ ତାରିଖରେ ଘନ କୁହୁଡ଼ି ହେବା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ଉତ୍ତର ତଥା ଉତ୍ତର-ପଶ୍ଚିମ ଦିଗରୁ ଆସୁଥିବା ଶୁଷ୍କ ବାୟୁ ପ୍ରଭାବରେ କୁହୁଡ଼ି ଦେଖାଯିବ । ପୂର୍ବାଳୀ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହରେ ଘନ କୁହୁଡ଼ି ସମ୍ଭାବନା ରହିଛି।

ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । କୁହୁଡି ଯୋଗୁଁ ଏସବୁ ଅଞ୍ଚଳରେ ଦୃଶ୍ୟମାନ ଦୂରତା ୨୦୦ ମିଟରରୁ କମ୍ ରହିବା ସମ୍ଭାବନା ରହିଛି। ଘନ କୁହୁଡି ଦୃଷ୍ଟିରୁ ପରିବହନ ବିଭାବ ଓ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି।

Comments are closed.