ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍. ଏମ୍ ରାଜେନ୍ଦ୍ରନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ | News Room Odisha

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍. ଏମ୍ ରାଜେନ୍ଦ୍ରନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର -ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ.ଏମ୍‌ ରାଜେନ୍ଦ୍ରନଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି ଯେ, କ୍ୟାରିୟର ବ୍ୟୁରୋକ୍ରାଟ ଭାବେ ରାଜେନ୍ଦ୍ରନଙ୍କ ଦୀର୍ଘବର୍ଷର ଅଭିଜ୍ଞତା ତାଙ୍କୁ ଜଣେ ଦକ୍ଷ ପ୍ରଶାସକରେ ପରିଣତ କରିଥିଲା । ନିଜର ଉତ୍ସର୍ଗୀକୃତ ସେବା ମନୋଭାବ ପାଇଁ ରାଜେନ୍ଦ୍ରନ ସର୍ବଦା ମନେ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଶୋକାକୁଳ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।