ରାଜ୍ୟରେ ଆଉ ୫ କୋରୋନା ପଜିଟିଭ ଚିହ୍ନଟ | News Room Odisha

ରାଜ୍ୟରେ ଆଉ ୫ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୫ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩କୁ ବୃଦ୍ଧି ପାଇଁ। ସମସ୍ତ ଆକ୍ରାନ୍ତ ଘରୋଇ ସଙ୍ଗରୋଧରେ ରହିଛନ୍ତି । ଗତ ଦୁଇଦିନରେ ଦୈନିକ ପଜିଟିଭ ଆକ୍ରାନ୍ତଙ୍କ ସଂଖ୍ୟା ବଢିଛି । ଦେଶରେ ବର୍ତ୍ତମାନ କୋଭିଡର ନୂଆ ଭାରିଆଣ୍ଟ ଜଏଏନ.୧କୁ ନେଇ ଆତଙ୍କ ସୃଷ୍ଟି ହୋଇଛି ।

ଆମ ରାଜ୍ୟରେ କୋରୋନାକୁ ନେଇ ସେଭଳି କିଛି ଆତଙ୍କିତ ହେବାର ନାହିଁ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଂଜନ ମିଶ୍ର । ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ଥିବା ବେଳେ କେହି ସେମିତି ଗୁରୁତର ହୋଇନାହାନ୍ତି । କେହି ବି ମେଡିକାଲରେ ଭର୍ତ୍ତି ହୋଇନାହାନ୍ତି ‌।