ରାଜ୍ୟରେ ଆଉ ଜଣେ କୋରୋନା ପଜିଟିଭ ଚିହ୍ନଟ, ଜଣେ ସୁସ୍ଥ

ଭୁବନେଶ୍ୱର – ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣେ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ କୋରୋନା ପଜିଟିଭଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଏଥିମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ରାଜ୍ୟରେ ସକ୍ରିୟ କୋରୋନା ମାମଲା ୧୩ ର‌ହିଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ।

କୋରୋନା ବ୍ୟାପୁଥିବା ଦୃଷ୍ଟିରୁ ମାସ୍କ ପିନ୍ଧିବା ସହ ନୂଆବର୍ଷ ଘରେ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ଯେଉଁମାନଙ୍କ ଥଣ୍ଡା, ଜ୍ୱର, କାଶ ରହୁଛି, ବାହାରକୁ ନ ଯାଇ ଘରେ ଜିରୋ ନାଇଟ ପାଳନ କରନ୍ତୁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି । ଅନ୍ୟପଟେ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବାରୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ ।
ରାଜ୍ୟର ସମସ୍ତ ମେଡିକାଲ କଲେଜ ଓ ହସ୍ପିଟାଲକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଜରୁରୀ ଚିଠି ଲେଖାଯାଇ ସର୍ଭେଲାନ୍ସ, ଟେଷ୍ଟିଂ ଓ ପ୍ରସ୍ତୁତି ବଢାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଅକ୍ସିଜେନଯୁକ୍ତ ବେଡ୍ ପ୍ରସ୍ତୁତ ରଖିବାକୁ ଏବଂ ଆକ୍ରାନ୍ତଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ କୋଭିଡ୍ ପଜିଟିଭ ଚିହ୍ନଟ ହେଲେ ଘରୋଇ ସଙ୍ଗରୋଧରେ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।

Comments are closed.