ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ନବବର୍ଷର ଶୁଭେଚ୍ଛା

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିଜେଡିର ନେତା, ବିଧାୟକ, ସାଂସଦ ଓ ଦଳୀୟ କର୍ମୀମାନେ ଭେଟି ନବବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଅତିରିକ୍ତ ଶାସନ ସଚିବ ତଥା ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ସ‌ମେତ ବିଭିନ୍ନ ବିଭାଗର ପ୍ରମୁଖ ସଚିବ , ଭାରପ୍ରାପ୍ତ ପୋଲିସ ଡିଜି ଅରୁଣ କୁମାର ଷଡ଼ଙ୍ଗୀ ଓ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି।

୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ମଧ୍ୟ ବିଜେଡି ନେତା, ଦଳୀୟ କର୍ମୀ ଓ ବିଭିନ୍ନ ସଂଗଠନର ସଦସ୍ୟ ଓ କର୍ମକର୍ତ୍ତାମାନେ ଭେଟି ନୂଆବର୍ଷର ଶୁଭେଛା ଜଣାଇଛନ୍ତି।

Comments are closed.