ମନମୁଣ୍ଡା ଏଏସଆଇଙ୍କୁ ମରଣାନ୍ତକ ଆକ୍ରମଣ | News Room Odisha

ମନମୁଣ୍ଡା ଏଏସଆଇଙ୍କୁ ମରଣାନ୍ତକ ଆକ୍ରମଣ

ବୌଦ୍ଧ – ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଦପଲା ଗ୍ରାମଠାରେ ପୋଲିସ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ । ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ପୁଲିସ ବଲାଙ୍ଗିର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତିକରାଯାଇଛି । ମନମୁଣ୍ଡା ଥାନାର ଏଏସ୍‌ଆଇ କୁମୁଦ ଭୋଇ ବୁଧବାର ଥାନାର ୧୧୨ ସହାୟତା ଗାଡି ଦାୟିତ୍ୱରେ ରହିଥିଲେ। ରାତିରେ ଏକ ସୂଚନା ପାଇ କୁମୁଦ ଭୋଇ ଅନ୍ୟ କର୍ମଚାରୀଙ୍କ ସହ ୧୧୨ ଗାଡିରେ ଦପଲା ଗ୍ରାମକୁ ଯାଇଥିଲେ। ଗାଁ ସ୍କୁଲ ପାଖରେ ୧୦-୧୨ ଜଣ ଦୁର୍ବୃତ୍ତ ଗାଡି ଅଟକାଇ ଏଏସଆଇ କୁମୁଦ ଭୋଇଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ। ଗୁରୁତର ଆହାତ କୁମୁଦ ଭୋଇଙ୍କୁ ପ୍ରଥମେ ସୋନପୁର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ପରେଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ବଲାଙ୍ଗିର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ପୋଲିସ ଅଧିକାରୀ ମାନେ ପହଞ୍ଚିଚିଥିବା ବେଳେ ଆକ୍ରମଣର କାରଣ ଏବଂ ସଂପୃକ୍ତ ବ୍ୟକ୍ତିଙ୍କ ସଂପର୍କରେ କୌଣସି ସୂଚନା ଏପର୍ଯ୍ୟନ୍ତ ଦିଆଯାଇନାହିଁ ।