ଆଜିଠୁ ବିଏସକେଓ୍ବାଇ ନବୀନ କାର୍ଡ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ, ୧୬ ଯାଏଁ ଚାଲିବ ପ୍ରକ୍ରିୟା | News Room Odisha

ଆଜିଠୁ ବିଏସକେଓ୍ବାଇ ନବୀନ କାର୍ଡ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ, ୧୬ ଯାଏଁ ଚାଲିବ ପ୍ରକ୍ରିୟା

ଭୁବନେଶ୍ବର- ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା – ବିଏସକେଓ୍ବାଇ ନବୀନ କାର୍ଡ ଲାଗି ଆଜିଠୁ ଅନ୍‌ଲାଇନ୍‌ ପଞ୍ଜୀକରଣ ଆରମ୍ଭ ହେଉଛି । ଚଳିତମାସ ୧୬ ତାରିଖ ଯାଏଁ ଅନ୍‌ଲାଇନ୍ ପଞ୍ଜୀକରଣର ଚାଲିବ । ବିଏସକେଓ୍ବାଇରୁ ବାଦ୍‌ ପଡ଼ିଥିବା ଗ୍ରାମାଞ୍ଚଳ ପରିବାର ଲାଗି ନବୀନ କାର୍ଡ ଆରମ୍ଭ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କିଛି ଦିନ ତଳେ ଘୋଷଣା କରିଥିଲେ । ଯେଉଁ ହିତାଧିକାରୀ ବିଏସକେଓ୍ବାଇ କାର୍ଡ ପାଇନାହାନ୍ତି ସେମାନେ ନାମ ପଞ୍ଜୀକରଣ କରିପାରିବେ । ସରକାରୀ କର୍ମଚାରୀ, ସରକାରୀ ପେନସନଭୋଗୀ ଓ କରଦାତାମାନେ ଏଥିଲାଗି ଉପଯୁକ୍ତ ବିବେଚିତ ହେବେ ନାହିଁ ।

ବର୍ତ୍ତମାନ ବିଏସକେଓ୍ବାଇ ଅନ୍ତର୍ଭୁକ୍ତ ହୋଇ ନଥିବା ବ୍ୟକ୍ତିମାନେ ବିଏସକେଓ୍ବାଇ ନବୀନ କାର୍ଡ ଲାଗି ଯୋଗ୍ୟ ବିବେଚିତ ହେବ । ହିତାଧିକାରୀମାନେ ତାଲିକାଭୁକ୍ତ ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ଗୁରୁତର ଅର୍ଥାତ କ୍ରିଟିକାଲ ରୋଗଗୁଡିକ ଲାଗି ଦେୟମୁକ୍ତ ଚିକିତ୍ସା ପାଇପାରିବେ । ବିଏସକେଓ୍ବାଇ ନବୀନ କାର୍ଡରେ ପ୍ରତି ପରିବାର ପାଇଁ ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟଙ୍କ ଲାଗି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା ରହିଛି ହିତାଧିକାରୀମାନେ ଆସନ୍ତା ମେ ୧ ତାରିଖଠାରୁ ଏହି ସୁବିଧା ପାଇବେ । ଆଶାୟୀ ହିତାଧିକାରୀମାନେ ବିଏସକେଓ୍ବାଇ ନବୀନ କାର୍ଡ ପାଇଁ www.bskynabin.odisha.gov.in ପୋର୍ଟାଲରେ ଆବେଦନ କରିପାରିବେ ।