ପୁରୀ ଶଙ୍କରାଚାର୍ଯ୍ୟଙ୍କୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ନିମନ୍ତ୍ରଣ ପତ୍ର ପ୍ରଦାନ କଲେ ଗଜପତି ମହାରାଜା | News Room Odisha

ପୁରୀ ଶଙ୍କରାଚାର୍ଯ୍ୟଙ୍କୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ନିମନ୍ତ୍ରଣ ପତ୍ର ପ୍ରଦାନ କଲେ ଗଜପତି ମହାରାଜା

ରାୟପୁର – ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କାର୍ଯ୍ୟକ୍ରମ ପାଇଁ ପୁରୀ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣ କରାଯାଇଛି । ଗଜପତି ମହାରାଜା ଦିବ୍ୟସିଂହ ଦେବ ପୁରୀ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି । ଶଙ୍କରାଚାର୍ଯ୍ୟ ବର୍ତ୍ତମାନ ରାୟପୁରରେ ସୁଦର୍ଶନ ସଂସ୍ଥାନମ ଆଶ୍ରମରେ ଅନୁଷ୍ଠିତ ବିଶାଳ ହିନ୍ଦୁରାଷ୍ଟ୍ର ଧର୍ମସଭାରେ ଯୋଗ ଦେବାକୁ ସେଠାରେ  ଅଛନ୍ତି । ସେଠାରେ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରାଯାଇଛି। ଗଜପତି ମହାରାଜଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ରଞ୍ଜନ ଦାସ ମଧ୍ୟ ନିମନ୍ତ୍ରଣ ପତ୍ର ଦେବାକୁ ଯାଇଥିଲେ।