୬ ଜିଲ୍ଲାର ୩୨୭ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ | News Room Odisha

୬ ଜିଲ୍ଲାର ୩୨୭ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର – ସ୍କୁଲ ରୂପାନ୍ତରୀକରଣ ପ୍ରକ୍ରିୟାର ଚତୁର୍ଥ ପର୍ଯ୍ୟାୟରେ ଆଜି ୬ଟି ଜିଲ୍ଲାର ୩୨୭ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଚତୁର୍ଥ ପର୍ଯ୍ୟାୟରେ ମାଲକାନଗିରି ଜିଲ୍ଲାରେ ୩୫, ବାଲେଶ୍ବରରେ ୭୬ଟି, ଗଜପତି ଜିଲ୍ଲାରେ ୨୮, ଢେଙ୍କାନାଳରେ ୬୩, କେନ୍ଦୁଝରରେ ୪୫ ଓ କଟକରେ ୮୦ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ରୂପାନ୍ତରିତ ସ୍କୁଲର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ପିଲାମାନଙ୍କୁ ଭଲ ପାଠ ପଢ଼ି ବଡ଼ ମଣିଷ ହେବାକୁ କହିଥିଲେ ମୁଖ୍ୟମନ୍ତ୍ରୀ । ଏହାସହ ୫-ଟି ନୀତି ଆପଣାଇବାକୁ ପରାମର୍ଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ, ସ୍କୁଲ୍ ରୂପାନ୍ତରୀକରଣର ଚତୁର୍ଥ ପର୍ଯ୍ୟାୟରେ ପ୍ରଥମେ ୫ଟି ଜିଲ୍ଲାର ୩୮୯ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ସୂଚନାଯୋଗ୍ୟ ଯେ ପୂର୍ବରୁ ତିନିଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।