ଆଜିଠୁ ପୁଣି ଖୋଲିଲା ଭିତରକନିକା | News Room Odisha

ଆଜିଠୁ ପୁଣି ଖୋଲିଲା ଭିତରକନିକା

ରାଜନଗର – ୯ ଦିନ ବନ୍ଦ ରହିବା ପରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଛି ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ଚଳିତମାସ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିଥିଲା ଭିତରକନିକା । ୯ ଦିନ ପରେ ଆଜି ଜାତୀୟ ଉଦ୍ୟାନ ଖୋଲିଛି ।

ଭିତରକନିକାରେ ଗତ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା ଚାଲିଥିଲା । ଚଳିତବର୍ଷ ବଉଳା କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳ ଗୁଡିକରେ ୧୭୯୩ଟି ବଉଳାକୁମ୍ଭୀର ଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୧୮୧୧କୁ ବୃଦ୍ଧି ପାଇଛି ।