ଘରେ ଘରେ ଦୀପ ଜାଳି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ  | News Room Odisha

ଘରେ ଘରେ ଦୀପ ଜାଳି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ 

ଭୁବନେଶ୍ୱର – ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଭିଡିଓ ବାର୍ତ୍ତା। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନ ଘରେ ଘରେ ଦୀପ ଜାଳି ଉତ୍ସବ ପାଳନ କରିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆନନ୍ଦ , ଭକ୍ତି ଓ ସମର୍ପଣ ଭାବ ସହ ଲୋକାର୍ପଣ ଉତ୍ସବ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଦୀପ ଜାଳିବା ସହ ଶଙ୍ଖ ଫୁଙ୍କି, ଘଣ୍ଟ ବଜାଇ ଓ ଭଜନ କୀର୍ତ୍ତନ କରି ଲୋକାର୍ପଣ ଉତ୍ସବ ପାଳିବାକୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆ ଜାତିର ଶ୍ରେଷ୍ଠ ପରିଚୟ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମହାପ୍ରଭୁଙ୍କ ଇଚ୍ଛାରେ ହିଁ ସମ୍ଭବ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ସହ ଭକ୍ତଙ୍କୁ ଦିବ୍ୟ ଅନୁଭବ ଦେବା ପ୍ରକଳ୍ପର ଲକ୍ଷ୍ୟ । ଏହି ପ୍ରକଳ୍ପ ପାଇଁ ତ୍ୟାଗ ଓ ଶ୍ରମଦାନ କରିଥିବା ବ୍ୟକ୍ତିଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।