ଓଡ଼ିଆ ବିଶ୍ୱବିଦ୍ୟାଳୟକୁ ଆଜି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ | News Room Odisha

ଓଡ଼ିଆ ବିଶ୍ୱବିଦ୍ୟାଳୟକୁ ଆଜି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ବହୁ ପ୍ରତିକ୍ଷୀତ ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀ ଭର୍ଚୁଆଲରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଉଦଘାଟନ କରିବେ।

୨୦୧୯ ମସିହା ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ସତ୍ୟବାଦୀ ରେ ଓଡିଆ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିଥିଲେ। ୯ ଏକର ଜାଗାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ନିର୍ମାଣ କରାଯାଇଛି। ବିଶ୍ୱବିଦ୍ୟାଳୟ ପରିସରରେ ୮ଟି କ୍ଲାସରୁମ, ଇ-ଲାଇବ୍ରେରୀ , ଲାଇବ୍ରେରୀ, ଛାତ୍ରାବାସ, ଛାତ୍ରୀବାସ, କ୍ୟାଣ୍ଟିନ ଓ ପ୍ରାଶାସନିକ କୋଠା ମଧ୍ୟ ରହିଛି। ଏହା ସହିତ ସାକ୍ଷୀଗୋପୀନାଥଙ୍କ ଏକ ପୁଷ୍କରିଣୀର ପୁନଃରୁଦ୍ଧାର କରାଯାଇଛି।

କିଛି ଦିନ ତଳେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସତ୍ୟବାଦୀ ଯାଇ ଓଡ଼ିଆ ବିଶ୍ୱବିଦ୍ୟାଳୟ ନିର୍ମାଣ କାର୍ଯ୍ୟର ତଦାରଖ କରିଥିଲେ।