ଦିଲ୍ଲୀ ସାଧାରଣତନ୍ତ୍ର ଦିବସ ପରେଡରେ ଗଡିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼ 

ନୂଆଦିଲ୍ଲୀ – ୭୫ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆଜି ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ଆୟୋଜିତ ହେବାକୁ ଥିବା ଭବ୍ୟ ପରେଡରେ ଏଥର ଓଡ଼ିଶାର ପ୍ରଜ୍ଞାପନ ମେଢ଼ ଦେଖିବାକୁ ମିଳିବ । ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରଜ୍ଞାପନ ମେଢ଼ ଏଥର ସାଧାରଣତନ୍ତ୍ର ଦିବସ ପରେଡରେ ସାମିଲ ହୋଇଛି ।

ଚଳିତ ବର୍ଷ ଓଡ଼ିଶା ପକ୍ଷରୁ ରଘୁରାଜପୁର ଶିଳ୍ପୀଗ୍ରାମ ଓ ମହିଳା ସଶକ୍ତିକରଣ ମଡେଲ ପଠାଯାଇଥିଲା । ବିକଶିତ ଭାରତ ପ୍ରସଙ୍ଗକୁ ନେଇ ଓଡ଼ିଶା ପକ୍ଷରୁ 4 ଟି ଡିଜାଇନ ଦିଆଯାଇଥିଲା । ଏଥିରେ ରଘୁରାଜପୁର ଗାଁର ଡିଜାଇନକୁ କେନ୍ଦ୍ର ମୋହର ମାରିଥିବାବେଳେ ଏହି ଅବସରରେ ସମ୍ବଲପୁରୀ ନୃତ୍ୟ ପରିବେଷଣ ପାଇଁ ଅନୁମତି ମିଳିଛି । ଶିଳ୍ପୀଗ୍ରାମ ରଘୁରାଜପୁରରେ କିପରି ଅନାବଶ୍ୟକ ସାମଗ୍ରୀରୁ ବିଭିନ୍ନ କଳାକୃତି ପ୍ରସ୍ତୁତ କରି ଶିଳ୍ପୀ ପରିଚିତ ହୋଇଛନ୍ତି ଏବଂ ରଘୁରାଜପୁର କିଭଳି ବିକଶିତ, ସାରା ବିଶ୍ବରେ କଳା ପାଇଁ ଆଦୃତ ହୋଇପାରିଛି ତାହା ଏଥିରେ ଦର୍ଶାଯାଇଛି । ବି‌ଶେଷକରି ନାରୀ ଶକ୍ତି ଏଠାରେ ଅଧିକ ସକ୍ରିୟ ରହି କିପରି ବିଭିନ୍ନ କଳା ସାମଗ୍ରୀ ପ୍ରସ୍ତୁତ କରୁଛନ୍ତି ତାହା ମଧ୍ୟ ଏଥିରେ ସ୍ଥାନ ପାଇବ ।

Comments are closed.