ବୋରିଗୁମ୍ମା ସଡକ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ , ମୃତକଙ୍କ ନିକଟଆତ୍ମୀୟଙ୍କୁ ଅନୁକମ୍ପାମୂଳକ ସହାୟତା ଘୋଷଣା 

ଭୁବନେଶ୍ୱର – କୋରାପୁଟ ଜିଲ୍ଲା ବୋରିଗୁମ୍ମା ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହିତ ଆହତ ବ୍ୟକ୍ତିମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Comments are closed.