ଆଜି ୫ ଜିଲ୍ଲାର ୩୪୩ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ଚତୁର୍ଥ ପର୍ଯ୍ୟାୟରେ ଆଜି ୩୪୩ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୫ଟି ଜିଲ୍ଲାର ୩୪୩ଟି ହାଇସ୍କୁଲ ଲୋକାର୍ପିତ ହେବ । କଳାହାଣ୍ଡି ଜିଲ୍ଲାର ୭୩ଟି, କନ୍ଧମାଳର ୪୬, କୋରାପୁଟର ୮୨, ଭଦ୍ରକର ୬୦ ଓ ସୁନ୍ଦରଗଡ଼ ଜିଲ୍ଲାର ୮୨ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ।

୫-ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ପ୍ରଥମେ ୫ଟି ଜିଲ୍ଲାର ୩୮୯ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ। ଏହାପରେ ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଥିଲା । ଚତୁର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ୩୬୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଥିଲା।

ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ସୂଚନାଯୋଗ୍ୟ ଯେ, ପୂର୍ବରୁ ତିନିଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।

Comments are closed.