ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ଫେବ୍ରୁଆରୀ ୪ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର – ଫେବ୍ରୁଆରୀ ୫ ତାରିଖରୁ ବସିବ ଷୋଡଶ ବିଧାନସଭାର ବଜେଟ ଅଧିବେଶନ। ଫେବ୍ରୁଆରୀ ୫ରୁ ୧୩ ପର୍ଯ୍ୟନ୍ତ ଅଧିବେଶନ ଚାଲିବ । ଏଥିରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି। ଅଧିବେଶନରେ କାମଚଳା ବଜେଟ ଆଗତ ହେବ । ଅଧିବେଶନ କିପରି ସୁରୁଖୁରୁରେ ଚାଲିବ, ସେ ନେଇ ଆସନ୍ତା ୪ତାରିଖ ସନ୍ଧ୍ୟାରେ ସର୍ବଦଳୀୟ ବୈଠକ ବସିବ। ବାଚସ୍ପତି ଏହି ବୈଠକରେ ଅଧ୍ୟକ୍ଷତା କରିବେ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସୁଥିବା ସର୍ବଦଳୀୟ ବୈଠକରେ ଶାସକ ଓ ବିରୋଧିଙ୍କ ସହଯୋଗ ଲୋଡାଯିବ । ସେପଟେ ବିଧାନସଭା ଅଧିବେଶନ ପାଇଁ ଆସନ୍ତା ୫ ତାରିଖ ଦିନ ବିଜେଡି ବିଧାୟକ ଦଳ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବୈଠକ ବସିବ । କେଉଁ କେଉଁ ପ୍ରସଙ୍ଗକୁ ଗୃହରେ ଶାସକ ଦଳ ଉଠାଇବ, ସେନେଇ ରଣନୀତି ପ୍ରସ୍ତୁତ କରାଯିବ ।

Comments are closed.