ଆଜି ଦିଆଯିବ ପ୍ରଥମ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର | News Room Odisha

ଆଜି ଦିଆଯିବ ପ୍ରଥମ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ଭୁବନେଶ୍ୱର – ଆଜି ପ୍ରଦାନ କରାଯିବ ପ୍ରଥମ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ୬ ହଜାର ପ୍ରତିଭାଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯିବ। ଜିଲ୍ଲା ଓ ବ୍ଲକକୁ ମିଶାଇ ସମୁଦାୟ ୫୪ ହଜାରରୁ ଅଧିକ ପୁରସ୍କାର ପ୍ରଦାନ କରାଯିବ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ପୁରସ୍କାର ପ୍ରଦାନ କରିବେ । ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ କୃତି ଛାତ୍ରଛାତ୍ରୀ ଓ ଏ କ୍ଷେତ୍ରରେ ଜଡ଼ିତ ସମସ୍ତ ବ୍ୟକ୍ତିଙ୍କୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟ ସରକାର ଏଭଳି ଏକ ପୁରସ୍କାର ପ୍ରବର୍ତ୍ତନ କରିଛନ୍ତି । ଛାତ୍ରଛାତ୍ରୀ, ପ୍ରଧାନ ଶିକ୍ଷକ, ଶିକ୍ଷକ, ବିଦ୍ୟାଳୟ, ଗୋଷ୍ଠୀ ଶିକ୍ଷାଧିକାରୀ, ଜିଲ୍ଲା ଶିକ୍ଷାଧିକାରୀ, ବିଦ୍ୟାଳୟ ପରିଚାଳନା କମିଟି , ଜିଲ୍ଲା ଆଦିଙ୍କୁ ଏହି ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି।