ଆସନ୍ତାକାଲିଠାରୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ : କଳାମଣ୍ଡଳ ପରିସରରେ ‘ଅକ୍ଷର ଭୂମି’ ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ବର – ଆସନ୍ତାକାଲିଠାରୁ ଫେବୃୟାରୀ ତିନି ଦିନ ଧରି ଭୁବନେଶ୍ଵରର ଜନତା ମଇଦାନରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭୁବନେଶ୍ଵରର କଳାମଣ୍ଡଳ ପରିସରରେ ନିର୍ମିତ ହୋଇଛି ଅକ୍ଷରଭୂମି । ଆଜି ସନ୍ଧ୍ୟାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଅକ୍ଷର ଭୂମିର ଲୋକାର୍ପଣ କରିଛନ୍ତି ।

ପ୍ରଥମ ବିଶ୍ଵ ଓଡ଼ିଆ ଳଭାଷା ସମ୍ମିଳନୀକୁ ସ୍ମରଣୀୟ କରିବା ପାଇଁ ଖାଣ୍ଡେଲାଇଟ ପଥରରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ଯର ଅପୂର୍ବ ନିଦର୍ଶନ ସ୍ବରୂପ ନିର୍ମିତ ହୋଇଛି ଅକ୍ଷର ଭୂମି ।

ଓଡ଼ିଆ ବର୍ଣ୍ଣମାଳାରେ ସୁଶୋଭିତ ଅକ୍ଷର ଭୂମି, ଆମ ଭାଷାପ୍ରୀତି କୁ ଉଜ୍ଜୀବିତ କରି ରଖିବା ସହ ଆମ ଭାଷା, ସଂସ୍କୃତି, କଳା ଓ ସ୍ଥାପତ୍ୟ ର ଜୟଗାନ କରି ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆମର ମହାନ ଐତିହ୍ୟ ଓ ଶାସ୍ତ୍ରୀୟ ଓଡ଼ିଆ ଭାଷାର ଗୌରବ ବିଷୟରେ ଅକ୍ଷର ଭୂମି ଭବିଷ୍ୟତ ପୀଢିକୁ ପ୍ରେରଣା ଦେଇ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଥିଲେ ।

ସୂଚନାଯୋଗ୍ୟ ଯେ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ନିୟମିତ କଳାମଣ୍ଡଳ ଯାଇ ଅକ୍ଷର ଭୂମି ନିର୍ମାଣ କାର୍ଯ୍ୟ ତଦାରଖ କରୁଥିଲେ । ତାଙ୍କର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି କାର୍ଯ୍ୟ ଇଡକୋ ଜରିଆରେ ସମ୍ପାଦିତ ହୋଇଛି।

ଲୋକାର୍ପଣ ଉତ୍ସବରେ ସଂସ୍କୃତି ମନ୍ତ୍ରୀ ଅଶ୍ଵିନୀ ପାତ୍ର, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ , ଭୁବନେଶ୍ବର ମେୟର ସୁଲୋଚନା ଦାସ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ବାଲାକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ଲୋକସମ୍ପର୍କ ବିଭାଗ ପ୍ରମୁଖ ସଚିବ ସଞ୍ଜୟ ସିଂହ ଓ ସଂସ୍କୃତି ସଚିବ ସୁଜାତା ରାଉତ କାର୍ତ୍ତିକେୟନ ପ୍ରମୁଖ ଉପସ୍ଥିତ ଥିଲେ ।

Comments are closed.