ରାଜଧାନୀରେ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ | News Room Odisha

ରାଜଧାନୀରେ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭୁବନେଶ୍ୱର – କିଛି ଦିନର ବ୍ୟବଧାନ ପରେ ରାଜଧାନୀରୁ ପୁଣି ଜବତ ହୋଇଛି ବ୍ରାଉନସୁଗାର। ଏକ କିଲୋଗ୍ରାମରୁ ଅଧିକ ବ୍ରାଉନସୁଗାର ଜବତ କରିଛି କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ ୟୁନିଟ । ଜବତ ବ୍ରାଉନସୁଗାରର ମୂଲ୍ୟ ୧ କୋଟି ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି । ଏହି ଘଟଣାରେ ଜଣେ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି ବୋଲି ପୋଲିସ କମିଶନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।