ବହୁଚର୍ଚ୍ଚିତ ପରୀ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ | News Room Odisha

ବହୁଚର୍ଚ୍ଚିତ ପରୀ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ଭୁବନେଶ୍ୱର – ନୟାଗଡ଼ ଜିଲ୍ଲା ଯଦୁପୁରର ବହୁଚର୍ଚ୍ଚିତ ନାବାଳିକା ପରୀ ଦୁଷ୍କର୍ମ ଓ ହତ୍ୟା ମାମଲାର ରାୟ ଆଜି ପ୍ରକାଶ ପାଇଛି । ଏହି ମାମଲାରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଦେଇଛନ୍ତି ନୟାଗଡ଼ ଚିଲଡ୍ରେନ କୋର୍ଟ ।

୨୦୨୦ ମସିହାରେ ନୟାଗଡ ଯଦୁପୁର ଅଞ୍ଚଳର ୫ ବର୍ଷୀୟ ଝିଅ ପରୀକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା । ଘର ଆଗରେ ଖେଳୁଥିବାବେଳେ ପରୀ ନିଖୋଜ ହୋଇଯାଇଥିଲା । ୧୦ ଦିନ ପରେ ପରୀର ମୃତଦେହ ଉଦ୍ଧାର କରିଥିଲା ପୋଲିସ । ଘଟଣାର ଏସଆଇଟି ତଦନ୍ତ କରାଯିବା ସହ ଅଭିଯୁକ୍ତକୁ ଗିରଫ କରାଯାଇଥିଲା । ଗିରଫ ସରୋଜକୁ ପୋକ୍ସୋ କୋର୍ଟ ନାବାଳକ ଦର୍ଶାଇବା ପରେ ତାକୁ ବାଳସୁଧାର ଗୃହକୁ ପଠାଇ ଦିଆଯାଇଥିଲା ।