ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ | News Room Odisha

ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ

କଟକ – ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଆଜି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ଶପଥ ଗ୍ରହଣ କରିବେ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଜଷ୍ଟିସ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମର ସୁପାରିଶ ଗ୍ରହଣ କରି ଗତ ୨ ତାରିଖରେ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଜାନୁଆରୀ ୨୦୨୫ରେ ଅବସର ନେଲେ ଜଷ୍ଟିସ ସିଂହ।

ଜଷ୍ଟିସ ସିଂହ ପାଟନା ହାଇକୋର୍ଟରେ ବରିଷ୍ଠ ବିଚାରପତି ଥିଲେ। ଜଷ୍ଟିସ ଶୁଭାଶିଷ ତଲାପତ୍ରଙ୍କ ଅବସର ପରେ ହାଇକୋର୍ଟର ନିୟମିତ ମୁଖ୍ୟ ବିଚାରପତି ପଦ ଖାଲି ପଡିଥିଲା । ଜଷ୍ଟିସ ତଲାପତ୍ରଙ୍କ ଅବସର ପରେ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀଙ୍କୁ ଭାରପ୍ରାପ୍ତ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଥିଲା ।

୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ ଶରଣ ସିଂହ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିବା ପରେ, ୧୯୯୦ ଜାନୁଆରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ କାର୍ଯ୍ୟ କରିଛନ୍ତି। ୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।