ଆଇକନିକ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଆଜି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ | News Room Odisha

ଆଇକନିକ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଆଜି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ରାଜ୍ୟର ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ଭୁବନେଶ୍ବର ଅନ୍ଧାରୁଆରେ ପ୍ରତିଷ୍ଠା କରାଯାଇଥିବା ଆଇକନିକ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଆଜି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁଣାତ୍ମକ ଶିକ୍ଷା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଏହି ଆଇକନିକ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଆଉ ଏକ ମାଇଲଖୁଣ୍ଟ ହେବ । ଆଇକନିକ ଆଦର୍ଶ ଓଡ଼ିଆ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ୨୦୨୧ରେ ନିଷ୍ପତ୍ତି ନିଆଯାଇଥିଲା । ୨୦୨୧ ମସିହା ସେପ୍ଟେମ୍ବର ୫ ତାରିଖ ଗୁରୁଦିବସରେ ଏଥିପାଇଁ ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର ଅନ୍ଧାରୁଆରେ ୨୫ ଏକର ଜମିରେ ଏହି ପ୍ରତିଷ୍ଠା ହୋଇଛି ଆଇକନିକ ଆଦର୍ଶ ବିଦ୍ୟାଳୟ । ରାଜ୍ୟରେ ସବୁ ୩୧୪ ବ୍ଲକରେ ଥିବା ଆଦର୍ଶ ବିଦ୍ୟାଳୟର ବଛାବଛା ଛାତ୍ରଛାତ୍ରୀ ଏହି ସ୍କୁଲରେ ପଢିବାର ସୁଯୋଗ ପାଇବେ ।