ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି , ୨୭ରେ ୧୫ଟି ରାଜ୍ୟର ୫୬ଟି ଆସନ ପାଇଁ ମତଦାନ | News Room Odisha

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି , ୨୭ରେ ୧୫ଟି ରାଜ୍ୟର ୫୬ଟି ଆସନ ପାଇଁ ମତଦାନ

ନୂଆଦିଲ୍ଲୀ- ଚଳିତମାସ ୨୭ ତାରିଖରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ । ଏଥିମଧ୍ୟରେ ଓଡ଼ିଶାରୁ ତିନି ଆସନ ଖାଲି ହେଉଛି । ଆସନ୍ତା ଏପ୍ରିଲ ୩ ତାରିଖରେ ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବ ଓ ଅମର ପଟ୍ଟନାୟକଙ୍କ ରାଜ୍ୟସଭା କାର୍ଯ୍ୟକାଳ ଶେଷ ହେଉଛି ।

ବିଜ୍ଞପ୍ତି ପ୍ରକାଶ ପାଇବା ସହ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଫେବ୍ରୁଆରୀ ୧୫ ସୁଦ୍ଧା ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ । ଫେବ୍ରୁଆରୀ ୧୬ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ । ଫେବ୍ରୁଆରୀ ୨୦ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ଫେବ୍ରୁଆରୀ ୨୭ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ହେବା ସହ ସେହିଦିନ ଫଳାଫଳ ପ୍ରକାଶ ପାଇବ । ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ ହେବ ।