ଚେନ୍ନାଇ ଯାଇ ପୂର୍ବତନ ବିଧାୟିକା ଭି. ସୁଜ୍ଞାନ ଦେଓଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ 

ଚେନ୍ନାଇ – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଚେନ୍ନାଇ ଯାଇ ଅସୁସ୍ଥ ଥିବା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଜିଛନ୍ତି । ସେଠାରେ ତାଙ୍କ ପରିବାର ଲୋକଙ୍କୁ ମଧ୍ୟ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୁଜ୍ଞାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ଉଷା ଦେବୀ, ବିକ୍ରମ କେଶରୀ ଆରୁଖ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ,ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ପ୍ରମୁଖ ଚେନ୍ନାଇ ଯାଇଛନ୍ତି ।ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ବିଜେଡିର ବରିଷ୍ଠ ନେତ୍ରୀ ସୁଜ୍ଞାନ ଦେଓ । ସେ ୧୦ ଥର ବିଧାୟିକା ଥିଲେ। ଖଲିକୋଟ ଓ କବିସୂର୍ଯ୍ୟନଗରର ବିଧାୟକ ଥିଲେ ଭି. ସୁଜ୍ଞାନ କୁମାରୀ ଦେଓ ।

Comments are closed.