ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ଅର୍ଥମନ୍ତ୍ରୀଙ୍କ ଶୋକ | News Room Odisha

ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ଅର୍ଥମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର – ଖଲ୍ଲିକୋଟ ରାଣୀ ପୂର୍ବତନ ବରିଷ୍ଠ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି l ଏକ ଶୋକ ବାର୍ତ୍ତା ରେ ସେ କହିଛନ୍ତି ଯେ “ଖଲ୍ଲିକୋଟ ରାଣୀ ପୂର୍ବତନ ବରିଷ୍ଠ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ସେ ଗଭୀର ମର୍ମାହତ l ତାଙ୍କ ଦୀର୍ଘ ଦିନର ରାଜନୈତିକ ଯାତ୍ରା ଥିଲା ଅବିସ୍ମରଣୀୟ l ୧୦ ଥର ବିଧାୟିକା ଭାବେ ନିର୍ବାଚିତ ହେବା ତାଙ୍କ ଜନପ୍ରିୟତାର ପ୍ରମାଣ । ଜଣେ ସ୍ପଷ୍ଟବାଦୀ, କ୍ଷମତା ପ୍ରତି ଚିର ଅନାସକ୍ତ ରାଜନେତ୍ରୀ ଭାବେ ସେ ଜନମାନସରେ ସୁପରିଚିତ ଥିଲେ l ୫ ଦଶନ୍ଧି ଧରି ଖଲ୍ଲିକୋଟ ଓ କବିସୂର୍ଯ୍ୟନଗର ବିଧାୟିକାଭାବେ ସେ ଜନସାଧାରଣଙ୍କ ସେବାରେ ଆଜୀବନ ବ୍ରତୀ ଥିଲେ ଓ ଅଞ୍ଚଳର ସାମଗ୍ରିକ ବିକାଶରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନେଇଥିଲେ l ତାଙ୍କ ବିୟୋଗରେ ଓଡ଼ିଶାର ରାଜନୀତି କ୍ଷେତ୍ରରେ ଏକ ଦାରୁଣ ଓ ଅପୂରଣୀୟ କ୍ଷତି ହୋଇଛି ବୋଲି ଶୋକ ବ୍ୟକ୍ତ କରି ଅର୍ଥମନ୍ତ୍ରୀ କହିଛନ୍ତି। ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସଂଗେ ସଙ୍ଗେ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ଅର୍ଥମନ୍ତ୍ରୀ ଆରୁଖ ।