ଓଡ଼ିଶାରୁ ପୁଣି ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟସଭା ପ୍ରାର୍ଥୀ କଲା ବିଜେପି 

ଭୁବନେଶ୍ୱର – କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓଡ଼ିଶାରୁ ପୁଣି ଥରେ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ବିଜେପି ବୈଷ୍ଣବଙ୍କୁ ଆଜି ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛି। ପୂର୍ବରୁ ମଧ୍ୟ ଅଶ୍ୱିନୀ ଓଡ଼ିଶାରୁ ରାଜ୍ୟସଭା ଯାଇଥିଲେ । ବିଜେଡିର ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ ସମେତ ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ମଧ୍ୟ ଶେଷ ହେଉଛି । ଓଡ଼ିଶାରୁ ଖାଲି ହେଉଥିବା ତିନି ରାଜ୍ୟସଭା ଆସନ ମଧ୍ୟରୁ ବିଜେଡି ଦୁଇଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛି । ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ଗତକାଲି ପ୍ରାର୍ଥିପତ୍ର ଦାଖଲ କରିଥିଲେ।

Comments are closed.