ବରଗଡ଼ ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ: ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଓ ବରଗଡ଼ କ୍ୟାନ୍ସର ହସ୍ପିଟାଲର କଲେ ଲୋକାର୍ପଣ

ବରଗଡ଼ – ବରଗଡ ଜିଲ୍ଲା ଗସ୍ତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ମେଗା ଜଳସେଚନ ପ୍ରକଳ୍ପ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିଥିଲେ । ଏହାପରେ ୧୦୦ ଶଯ୍ୟା ବିଶିଷ୍ଟ କ୍ୟାନ୍ସର ହସ୍ପିଟାଲର ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଏବେ ରୂପାନ୍ତରଣ ପର୍ବ ଚାଲିଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା – ବିଏସକେୱାଇ ୪ କୋଟି ଲୋକଙ୍କ ପାଇଁ ଆଶୀର୍ବାଦ ପାଲଟିଛି । ଏବେ ଓଡ଼ିଶା ସାରାଦେଶକୁ ଖାଦ୍ୟ ଯୋଗାଉଛି । ଏଥିରେ ବରଗଡର ଚାଷୀଭାଇମାନଙ୍କ ମଧ୍ୟ ଅବଦାନ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଦ୍ୱାରା ଆଜି ଠାରୁ ଜମିକୁ ପାଣି ଯୋଗାଇବା ଆରମ୍ଭ ହେଲା । ଏହାଦ୍ୱାରା ୬୦ ହଜାର ଏକରରୁ ଅଧିକ ଜମି ଜଳସେଚିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Comments are closed.