ଭୁବନେଶ୍ୱର – ରାଜ୍ୟରେ ବିଦ୍ୟାଳୟ ଶିକ୍ଷାର ଗୁଣାତ୍ମକମାନ ବୃଦ୍ଧି କରିବା ସହ ଶୈକ୍ଷିକ ବାତାବରଣରେ ଉନ୍ନତି ପାଇଁ ରାଜ୍ୟ ସରକାର ଶିକ୍ଷକ ନିଯୁକ୍ତିକୁ ଅଗ୍ରାଧିକାର ଦେଇ ଆସିଛନ୍ତି । ଏହି କ୍ରମରେ ଆଜି ରାଜ୍ୟର ବିଭିନ୍ନ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଓ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତ ହେବେ । ୫୭୬ ହିନ୍ଦୀ ଓ ସଂସ୍କୃତ ଶିକ୍ଷକଙ୍କୁ ଆଜି ମିଳିବ ନିଯୁକ୍ତି ପତ୍ର। ଆଜି ପୂର୍ବାହ୍ନ ସାଢେ ୧୧ଟାରେ ଲୋକସେବା ଭବନର କନଭେନସନ ସେଣ୍ଟରରେ ହେବାକୁ ଥିବା ଦିଗଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ ହିନ୍ଦୀ ଓ ସଂସ୍କୃତ ଶିକ୍ଷକମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ। ୩୭୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି ପତ୍ର।
Comments are closed.