୨୭ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା

ଭୁବନେଶ୍ୱର – ରାଜ୍ୟରେ ଆସନ୍ତା ୨୭ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟରେ ଧରଣର ବର୍ଷା ଜାରି ରହିବ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆଜି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡିଶାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ଆସନ୍ତାକାଲି ନୂଆପଡ଼ା, ବଲାଙ୍ଗୀର, ସୋନପୁର, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୨୭ ତାରିଖରେ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନର ସମେତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ସ୍ୱଳ୍ପରୁ ହାଲୁକା ଧରଣର ବର୍ଷା ହେବା ସମ୍ଭାବନା ରହିଛି। ୨୮ ତାରିଖରୁ ପାଗରେ ପରିବର୍ତ୍ତନ ହେବ ବୋଲି ସୂଚନା ମିଳିଛି।

Comments are closed.