ପ୍ରଯୁକ୍ତି ବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀଙ୍କ ଦିନିକିଆ କର୍ମଶାଳା

ଭୁବନେଶ୍ବର – ଆଗାମୀ ସାଧାରଣ ନିର୍ବାଚନ ପାଇଁ ପ୍ରଯୁକ୍ତି ବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀମାନଙ୍କର ଏକ ଦିନିକିଆ କର୍ମଶାଳା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟର ସମସ୍ତ ଜିଲ୍ଲାରୁ ଆସିଥିବା ୩୦ ଜଣ ପ୍ରଯୁକ୍ତି ବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀମାନଙ୍କୁ ନେଇ ଅନୁଷ୍ଠିତ ହୋଇଥିବା କର୍ମଶାଳାରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଯୋଗଦେଇଥିଲେ । ନିର୍ବାଚନ ପ୍ରକ୍ରିୟାରେ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ହୋଇଥିବାରୁ ଏହାର ପ୍ରୟୋଗ ଫଳରେ ସହଜରେ ଓ ସଠିକ୍‌ ଭାବରେ କାର୍ଯ୍ୟ ପରିଚାଳିତ ହୋଇଥାଏ ବୋଲି ସେ ମତ ପ୍ରକାଶ କରିଥିଲେ । ଏହାର ସୁରକ୍ଷା ପ୍ରତି ଦୃଷ୍ଟି ଦେବାକୁ ପ୍ରଯୁକ୍ତିବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀମାନଙ୍କୁ ସେ ପରାମର୍ଶ ଦେଇଥିଲେ । ଓକାକ୍‌ରୁ ଆସିଥିବା ଦକ୍ଷ ସାଇବର ସୁରକ୍ଷା ବିଶେଷଜ୍ଞ ମନମୋହନ ମହାପାତ୍ର, ପ୍ରଭୁଦତ୍ତ ମହାପାତ୍ର ଓ ହିମାଂଶୁ ଶେଖର ସାହୁ ପ୍ରମୁଖ ଏହି କର୍ମଶାଳାରେ ଉପସ୍ଥିତ ଥିବା ଜିଲ୍ଲା ପ୍ରଯୁକ୍ତି ବିଦ୍ୟା ଅଧିକାରୀମାନଙ୍କୁ ବିସ୍ତୃତ ଭାବେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ ।

ଅନ୍ଯମାନଙ୍କ ମଧ୍ଯରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡ. ଏନ୍‌. ଥିରୁମାଳା ନାୟକ, ଉପମୁଖ୍ୟ ନିର୍ବାଚନ ଅଧିକାରୀ ପଦ୍ମଜା ଦାଶଙ୍କ ସହ ପ୍ରଯୁକ୍ତି ବିଦ୍ୟା ନୋଡ଼ାଲ ଅଧିକାରୀ ଦେବରାଜ ବେହେରା ପ୍ରମୁଖ ଉପସ୍ଥିତ ଥୁଲେ ।

Comments are closed.