ଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଯିବେ ରାଷ୍ଟ୍ରପତି, ଅପରାହ୍ନରେ ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦାନ | News Room Odisha

ଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଯିବେ ରାଷ୍ଟ୍ରପତି, ଅପରାହ୍ନରେ ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦାନ

କେନ୍ଦୁଝର – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୪ ଦିନିଆ ଓଡିଶା ଗସ୍ତର ଆଜି ଦ୍ୱିତୀୟ ଦିନ। ଆଜି ରାଷ୍ଟ୍ରପତି କେନ୍ଦୁଝର ଜିଲ୍ଲା ଗସ୍ତ କରି ଗୋନାସିକା କଦଳୀବାଡି ଗାଁର ଆଦିମ ଅଧିବାସୀ ସଦସ୍ୟଙ୍କୁ ଭେଟିବେ। ପରେ ଧରଣୀଧର ବିଶ୍ବ ବିଦ୍ୟାଳୟର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି । ଅପରାହ୍ନରେ ରାଷ୍ଟ୍ରପତି ଉତ୍କଳ ବିଶ୍ବ ବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ଆସନ୍ତାକାଲି ସେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, କଟକରେ ବ୍ରହ୍ମକୁମାରୀ ଓଡିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଏବଂ ରାଜଭବନରେ ପ୍ରଧାନମନ୍ତ୍ରୀ ଜନମନର ଉପସ୍ଥାପନା ଦେଖିବେ । ମାର୍ଚ୍ଚ ୨ରେ ରାଷ୍ଟ୍ରପତି ସମ୍ବଲପୁର ଜିଲ୍ଲା ଗସ୍ତରେ ଯାଇ ସନ୍ଥ କବି ଭୀମଭୋଈଙ୍କ ସହ ଜଡିତ ବିଭିନ୍ନ ସ୍ଥାନ ପରିଦର୍ଶନ କରି ମହିମା ଧର୍ମାବଲମ୍ବୀଙ୍କୁ ଭେଟିବେ ‌।