ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ – ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆଜି ବସୁଛି । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହେବ। ଏଥିରେ ନୂତନ ଶ୍ରୀମନ୍ଦିର ପ୍ରଶାସନ ଅଫିସ ନିର୍ମାଣ, ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କକ୍ଷ ନିର୍ମାଣ , ରଘୁନନ୍ଦନ ଲାଇବ୍ରେରୀ ଓ ସାଂସ୍କୃତିକ କେନ୍ଦ୍ର ନିର୍ମାଣ ନେଇ ବ୍ୟାପକ ଆଲୋଚନା କରାଯିବ । ବୈଠକରେ ରତ୍ନ ଭଣ୍ଡାରର ବାହାର ପଟ ଲେଜର ସ୍କାନିଂର ରିପୋର୍ଟ ଏଏସଆଇ ତରଫରୁ ଉପସ୍ଥାପିତ କରାଯିବ ଶ୍ରୀମନ୍ଦିରର ଆଲୋକୀକରଣ ଓ ପ୍ରମୋଦ ଉଦ୍ୟାନର ବିକାଶ ଉପରେ ମଧ୍ୟ ବୈଠକରେ ଆଲୋଚନା ହେବା ସମ୍ଭାବନା ରହିଛି।

Comments are closed.