'ଆମ ବ୍ୟାଙ୍କ' ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟରେ ଆଜି ୨ ହଜାର ସିଏସପି ପ୍ଲସ ଶାଖା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ | News Room Odisha

‘ଆମ ବ୍ୟାଙ୍କ’ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟରେ ଆଜି ୨ ହଜାର ସିଏସପି ପ୍ଲସ ଶାଖା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର – ବ୍ୟାଙ୍କ ନଥିବା ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ଯୋଗାଇ ଦେବା ପାଇଁ ରାଜ୍ୟ ସରକାରଙ୍କ ‘ଆମ ବ୍ୟାଙ୍କ’ ଯୋଜନାର ଦ୍ବିତୀୟ ପର୍ଯ୍ୟାୟରେ ଆଜି ୨ ହଜାର ସିଏସପି ପ୍ଲସ ଶାଖା ଉଦଘାଟନ କରିବେ ମୁଖ୍ଯମନ୍ତ୍ରୀ ମୁଖ୍ୟମନ୍ତ୍ରୀ। ଏହି ଯୋଜନାରେ ୬ଟି ରାଷ୍ଟ୍ରାୟତ ବ୍ୟାଙ୍କ ଯୋଡି ହୋଇଛନ୍ତି । ‘ଆମ ବ୍ୟାଙ୍କ’ ଜରିଆରେ ୧୫ ପ୍ରକାର ବ୍ୟାଙ୍କ ସେବା ଯୋଗାଇ ଦିଆଯାଉଛି । ରାଜ୍ୟର ମୋଟ ୬ ହଜାର ୭୯୮ ଗ୍ରାମ ପଞ୍ଚାୟତ ମଧ୍ୟରୁ ୪ ହଜାର ୩୭୩ଟି ଗ୍ରାମ ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ନାହିଁ । ଏସବୁ ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ପାଇଁ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ କରାଯାଇଛି । ଆମ ବ୍ୟାଙ୍କ ମଡେଲ ସାରା ଦେଶରେ ପ୍ରଥମ । ରାଜ୍ୟ ସରକାରଙ୍କ ୫-କି ଉପକ୍ରମରେ ଆରମ୍ଭ କରାଯାଇଥିବା ଏହି ଯୋଜନା ପାଇଁ ରାଜ୍ୟ ସରକାର ୫୦୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଯୋଜନାରେ ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା ଓ ଭିନ୍ନକ୍ଷମନଙ୍କୁ ଘରେ ହିଁ ବ୍ୟାଙ୍କ ସେବା ଯୋଗାଇ ଦିଆଯାଉଛି ।